ଅସ୍ଥି ଭଗ୍ନ
ଅସ୍ଥିର ଅବିଚ୍ଛିନ୍ନତା ଭଗ୍ନ ହେଲେ ଅସ୍ଥି ଭଗ୍ନ କୁହାଯାଏ / From Wikipedia, the free encyclopedia
ଅସ୍ଥି ଭଗ୍ନ ଶବ୍ଦଟିକୁ କଥିତ ଓଡ଼ିଆରେ ହାଡ ଭଙ୍ଗା କୁହାଯାଏ । ଡାକ୍ତରୀ ଭାଷାରେ ଏହାକୁ ଫ୍ରାକ୍ଚର୍ କହନ୍ତି, ଓ ଡାକ୍ତରମାନେ ଏହାକୁ ସଂକ୍ଷେପାରେ FRX କିମ୍ବା FX କିମ୍ବା FX କିମ୍ବା # ଚିହ୍ନ ଦେଇ ଲେଖନ୍ତି । ସଂଜ୍ଞା: - ଅସ୍ଥିର ଅବିଚ୍ଛିନ୍ନତା ଭଗ୍ନ ହେଲେ ଅସ୍ଥି ଭଗ୍ନ କୁହାଯାଏ । ଅତ୍ୟଧିକ ବଳ ପ୍ରୟୋଗ, ପୁନଃ ପୌନିକ ସ୍ୱଳ୍ପ ବଳ ପ୍ରୟୋଗ (Stress) ବା ରୋଗଗ୍ରସ୍ତ ଦୁର୍ବଳ ହାଡ଼ ଉପରେ ସାମାନ୍ୟ ବଳ ପ୍ରୟୋଗଦ୍ୱାରା ଅସ୍ଥି ଭଗ୍ନ ହୁଏ । କେତେକ ରୋଗ ଯଥା ହାଡ଼ ପୋରିଆ(Osteoporosis), ସ୍ୱଳ୍ପ କେତେକ ପ୍ରକାରର ଅସ୍ଥି କର୍କଟ, ଓଷ୍ଟିଓଜେନେସିସ୍ ଇମ୍ପରଫେକ୍ଟା (Osteogenesis Imperfecta) ଓ ଏହିଭଳି ଅନେକ ରୋଗରେ ଅସ୍ଥି ଦୁର୍ବଳ ହୋଇ ଅତି ସାମାନ୍ୟ ବଳ ପ୍ରୟୋଗଦ୍ୱାରା ଭାଙ୍ଗିଯିବାରୁ ଏହାକୁ ନିଦାନ ଜନିତ ଅସ୍ଥି ଭଗ୍ନ (Pathological Fracture) ନାମ ଦିଆଯାଏ ।[1]