ଚାର୍ଲ୍ସ ଡିକେନ୍ସ
ଇଂରେଜୀ ଲେଖକ (1812–1870) / From Wikipedia, the free encyclopedia
ଚାର୍ଲ୍ସ ଜନ ହଫ୍ଫାମ ଡିକେନ୍ସ ( ୭ ଫେବୃଆରୀ ୧୮୧୨-୯ ଜୁନ ୧୮୭୦ ) ଜଣେ ଇଂରେଜୀ ଲେଖକ ଓ ସାମାଜିକ ସମାଲୋଚକ ଥିଲେ । ସେ ବିଶ୍ୱର କେତେକ ସର୍ବାଧିକ ଆଦୃତ କାଳ୍ପନିକ ଚରିତ୍ରର ସୃଷ୍ଟି କର୍ତା ଥିଲେ ଓ ଅନେକଙ୍କ ମତରେ ସେ ଭିକ୍ଟୋରିଆନ ଯୁଗର ସର୍ବଶ୍ରେଷ୍ଠ ଉପନ୍ୟାସକାର ଥିଲେ । ତାଙ୍କ ଉପନ୍ୟାସର ଚରିତ୍ର " ଅଲିଭର ଟୁଇସ୍ଟ "ଓ "ଡେଭିଡ କପରଫିଳ୍ଡ "ଭିକ୍ଟୋରିଆ ଯୁଗରୁ ଆରମ୍ଭ କରି ଆଜିଯାଏ ଏକ ଆଦରଣୀୟ ଔପନ୍ୟାସୀକ ଚରିତ୍ର ଭାବରେ ଆଦୃତ ହେଇ ଆସିଛି ।ଅଲିଭର ଜଣେ ଅପାଠୁଆ ଦରିଦ୍ର ବାଳକର ଚରିତ୍ର । ତାହାର ଚରିତ୍ର ଚିତ୍ରଣରେ ଡିକେନ୍ସ ଅତ୍ୟନ୍ତ ନିଖୁନତାର ସହ ଇଂଲଣ୍ଡର ସାଧାରଣ ଜନ ଜୀବନକୁ ଜୀବନ୍ତ ଭାବରେ ପ୍ରତିଫଳନ କରେଇ ଥିଲେ । ଡିକେନ୍ସ ନିଜ ଜୀବନ କାଳ ମଧ୍ୟରେ ସେ ବିରଳ ଜନପ୍ରିୟତା ହାସଲ କରିଥିଲେ ଓ ବିଂଶ ଶତାବ୍ଦୀ ବେଳକୁ ବିଦ୍ୱାନ ଓ ସମାଲୋଚକମାନେ ତାଙ୍କୁ ସାହିତ୍ୟିକ କିମ୍ବଦନ୍ତୀ ବ୍ୟକ୍ତି ଭାବରେ ଗ୍ରହଣ କରିଥିଲେ ।ଏବେ ମଧ୍ୟ ତାଙ୍କର ସାହିତ୍ୟିକ କୃତି ସବୁ ବିଶ୍ୱ ସାହିତ୍ୟରେ ଶ୍ରେଷ୍ଠ ଓ ବହୁଳ ବିକ୍ରୀତ ପୁସ୍ତକ ତାଲିକାରେ ରହିଛି । [1][2]
ଡିକେନ୍ସଙ୍କ ଜନ୍ମ ଇଂଲଣ୍ଡର ପୋର୍ଟ୍ସମାଉଥଠାରେ ହେଇଥିଲା । ତାଙ୍କର ଋଣଗ୍ରସ୍ତ ପିତାଙ୍କୁ ରୁଣ ସୁଝି ନ ପାରିବାରୁ ଜେଲ ଦଣ୍ଡ ମିଳିବାରୁ ବାଲ୍ୟ କାଳରୁ ସେ ସ୍କୁଲ ଛାଡି ଏକ କାରଖାନାରେ କାର୍ଯ୍ୟ କରିବାକୁ ହେଇଥିଲା । ସାଧାରଣ ବିଦ୍ୟାଳୟ ଶିକ୍ଷା କମ ପାଇଥିଲେ ମଧ୍ୟ ସେ ଏକ ସାପ୍ତାହିକି ଜର୍ନାଲ ୨୦ ବର୍ଷ ଧରି ସମ୍ପାଦନା କରିଥିଲେ ଓ ୧୫ଟି କାଳ୍ପନିକ ଉପନ୍ୟାସ ସହ ୫ଟି କ୍ଷୁଦ୍ର ଉପନ୍ୟାସ , ଶତାଧିକ କ୍ଷୁଦ୍ର ଗଳ୍ପ , ଅନେକ ଅଣ–କାଳ୍ପନିକ ଲେଖା ବଳି ରଚନା କରିବା ସହ ବ୍ୟାପକ ଭାବରେ ବକୃତା ଦେଇଥିଲେ । ସେ ନିରନ୍ତର ଭାବରେ ଜଣେ ପତ୍ର ଲେଖକ ଥିଲେ । ସାମାଜିକ କ୍ଷେତ୍ରରେ ଅବଦାନ ଭାବରେ ସେ ଶିଶୁ ମାନଙ୍କ ଶିକ୍ଷା , ସାମାଜିକ ଅଧିକାରର ଜଣେ ବଳିଷ୍ଟ ସମର୍ଥକ ଓ ଅଗ୍ରଦୂତ ଭାବରେ ରହିଥିଲେ ।
ଡିକେନ୍ସ 1836 ମସିହାରେ “ ଦି ପିକୱିକ ପେପର୍ସ “( The Pickwick Papers ) ନାମକ ଏକ ଧାରାବାହିକ ଲେଖା ପ୍ରକାଶ କରି ଦ୍ରୁଷ୍ଟି ଆକର୍ଷଣ କରିଥିଲେ । ମାତ୍ର କିଛି ବର୍ଷ ମଧ୍ୟରେ ସେ ତାଙ୍କର ଲେଖାରେ ସାମାଜିକ ଚରିତ୍ର ଗୁଡିକର ନିଖୁଣ ଚିତ୍ରଣ , ଲେଖାରେ ନାଟକୀୟତା ତଥା ସମାଜର ସାଂପ୍ରତିକ ଘଟଣା ବଳିର ଜୀବନ୍ତ ଭଙ୍ଗିରେ ଉପସ୍ଥାପନା ପାଇଁ ଅନ୍ତର୍ଜାତିକ ସ୍ତରରେ ପରିଚିତ ହେଇ ଗଲେ । ସେହି ସମୟରେ ତାଙ୍କର ଉପନ୍ୟାସ ମାସିକ ବା ସାପ୍ତାହିକ ପତ୍ରିକାରେ ଧାରାବାହିକ ହିସାବରେ ପ୍ରକାଶିତ ହଉଥିଲା ।ସମୟ କ୍ରମେ ଭିକ୍ଟୋରିଆ ଯୁଗରେ ଏହା ସବୁଠାରେ ପ୍ରଚଳିତ ପ୍ରକାଶନ ଧାରାରେ ପରିଣତ ହେଇଥିଲା । ତାଙ୍କର ଅନନ୍ୟ "ଧାରାବାହିକ ପ୍ରକାଶନ" ମଧ୍ୟମଦ୍ୱାରା ସେ ପାଠକ ମାନଙ୍କ ପ୍ରତିକ୍ରିୟା ଜାଣି ସେହି ଅନୁସାରେ ତାଙ୍କର ଆଗାମୀ ପର୍ଯ୍ୟାୟ ଲେଖାର କାହାଣୀକୁ ପରିବର୍ତନ କରୁଥିଲେ । ସେ ତାଙ୍କର ସର୍ବାଧିକ ଆଦୃତ ଉପନ୍ୟାସ “ ଦେଭିଡ କପରଫିଳ୍ଡ ‘ ( David Coppersfield )ରେ "ମିସ ମିକାୱର"ଙ୍କ ଚରିତ୍ର ଦୁର୍ବଳତାକୁ ପ୍ରତିଫଳନ କରୁଥିବାର ମତ ଜାଣିବା ପରେ ତାହାକୁ ପରବର୍ତୀ ଅଧ୍ୟାୟରେ ସକାରାତ୍ମକ ଚରିତ୍ରରେ ପରିବର୍ତନ କରିଥିଲେ । ସେ ସେହି ସମୟରେ ଇଂଲଣ୍ଡ ରାସ୍ତାରେ ବୁଲୁଥିବା ବା କାରଖାନାରେ ଶ୍ରମିକ ଥିବା ଅଶିକ୍ଷିତ ବାଳକ ମାନଙ୍କୁ ବସେଇ ତାଙ୍କୁ ମାସିକ ଧାରାବାହିକ ସବୁ ପଢି ଶୁଣାଉଥିଲେ ଓ ତାହାଦ୍ୱାରା ସେମାନେ ଏକ ନୂତନ ଶ୍ରେଣୀର ପାଠକ ହେଇ ଅଣପରମ୍ପରିକ ଶିକ୍ଷା ମଧ୍ୟ ପାଉଥିଲେ । .[3]
ତାଙ୍କ ସମୟରେ ଡିକେନ୍ସ ଜଣେ ପ୍ରବୃଦ୍ଧ ସାହିତ୍ୟିକ ଭାବରେ ଜଣା ଶୁଣା ହେଇ ସାରିଥିଲେ ଓ ୧୯୪୮ ମସିହାରେ ତାଙ୍କର ଉପନ୍ୟାସ “A Christmas Carol,” ବହୁ ପ୍ରଶଂଷିତ ହେବା ସହ ଅନେକ ନୂତନ ଲେଖକଙ୍କ ପାଇଁ ମାର୍ଗଦର୍ଶକ ହେଇଥିଲା । ତାଙ୍କର ଉପନ୍ୟାସ “Oliver Twist “ଓ “ Great Expectations” ଆଦୃତ ହେବା ସହ ଆଦର୍ଶ ମଧ୍ୟ ହେଇଥିଲା । ତାଙ୍କର ଲେଖା ସବୁକୁ ଭିକ୍କ୍ଟୋରିଆ ଯୁଗର ଉପୋନ୍ୟାସ ସାହିତ୍ୟର ଏକ ନିଦର୍ଶନ ଭାବରେ ନିଆଯାଇ ଆସୁଛି । ଲଣ୍ଡନ ଓ ପାରିସ ଦୁଇଟି ମୁଖ୍ୟ ଇଉରୋପୀୟ ମହାନଗରୀ ଉପରେ ପରଜ୍ଯବେଶିତ ଡିକେନ୍ସଙ୍କ ଉପନ୍ୟାସ “A Tale of Two Cities,”ରେ ସେ ଯୁଗର ଏକ ଶ୍ରେଷ୍ଠ ଏଇତିହାସିକ କାଳ୍ପନିକ ଉପନ୍ୟାସ ଭାବରେ ତାଙ୍କୁ ସ୍ୱୀକୃତି ଦେଇଥିଲା । ଡିକେନ୍ସଙ୍କ ଲେଖା ସମୂହକୁ ବିଶ୍ୱର ପ୍ରଖ୍ୟାତନାମା ଲେଖକ ଲିଓ ଟଲଷ୍ଟୟ, ଜର୍ଜ ଅରୱେଲ, ଓ ଜି. କେ. ଚେଷ୍ଟାରଟନ ଲେଖା ସମୂହରେ ରହିଥିବା ମାନବୀୟ ମୂଲ୍ୟବୋଧ, ବାସ୍ତବିକତା , ହସ୍ୟରସ , ଗଦ୍ୟ ଶୈଳୀ , ଚରିତ୍ର ଚିତ୍ରଣ ଶୈଳୀ ପାଇଁ ଭୂୟସୀ ପ୍ରସଂଶା କରିଥିଲେ । ଅପର ପକ୍ଷରେ ଓସ୍କାର ୱାଇଲ୍ଡ , ହେନେରୀ ଜେମ୍ସ ଓ ଭିର୍ଜିନିଆ ଊଲ୍ଫ ତାଙ୍କର ସାହିତ୍ୟରେ ମନସ୍ତାତ୍ୱିକ ଗଭୀରତାର ଅଭାବ ଓ ହୁଗୁଳା ବିଷୟ ଲେଖୁ ଥିବାର ଅଭିଯୋଗ ମଧ୍ୟ କରିଥିଲେ । ତେବେ ତାଙ୍କର ଲେଖାର ଶୈଳୀ “ ଡିକେନ୍ସଆନ” ଶୈଳୀ ଭାବରେ ପରିଚିତ ହେଇ ଦରିଦ୍ର ସାମାଜିକ ଅବସ୍ଥା ଓ ହାସ୍ୟ- କାରୁଣ୍ୟର ପରିଚୟ ଦେଇଥିଲା । [4]