ବୈଦୁତିକ ଜନିତ୍ର
From Wikipedia, the free encyclopedia
ବୈଦୁତିକ ଜନିତ୍ର ବା ଜେନେରେଟର ଏକ ଯନ୍ତ୍ର ଯାହା ଯାନ୍ତ୍ରିକ ଶକ୍ତିକୁ ବୈଦୁତିକ ଶକ୍ତିରେ ପରିବର୍ତ୍ତନ କରିଥାଏ । ଏହାଦ୍ୱାରା ବିଦ୍ୟୁତ ଚାର୍ଜ, ବୈଦୁତିକ ପରିପଥରେ ପ୍ରବାହିତ ହୋଇଥାଏ । ମୁଖ୍ୟତଃ ବାଷ୍ପଦ୍ୱାରା ଚାଳିତ ଟରବାଇନ, ଉଚ୍ଚ ପତନରୁ ପଡୁଥିବା ଜଳଦ୍ୱାରା ଚଳିତ ଟରବାଇନ ଓ ଏମିତି ଆହୁରି ଅନେକ, ଏହି ଯାନ୍ତ୍ରିକ ଶକ୍ତିର ଉତ୍ସ ଅଟନ୍ତି ।
ବୈଦୁତିକ ମୋଟର, ବୈଦୁତିକ ଶକ୍ତିକୁ ଯାନ୍ତ୍ରିକ ଶକ୍ତିରେ ଓଲଟା ରୂପାନ୍ତରଣ କରିଥାଏ । ଏହି ମୋଟର ଓ ଜନିତ୍ର ଭିତରେ ଗଠନ ଦୃଷ୍ଟିରୁ ଅନେକ ସାମଞ୍ଜସ୍ୟ ରହିଥାଏ ।