ଭୂମିକମ୍ପ
From Wikipedia, the free encyclopedia
ଭୂମିକମ୍ପ ଏକ ପ୍ରକୃତିକ ଦୁର୍ବିପାକ ଅଟେ । ଇଂରାଜୀରେ ଏହାକୁ earthquake, quake, tremor ବା temblor କୁହାଯାଏ । ପୃଥିବୀ ପୃଷ୍ଠରୁ ହଠାତ ବହୁତ ପରିମାଣରେ ଶକ୍ତି ନିର୍ଗତ ହେବା ଯୋଗୁଁ ଭୂକମ୍ପୀୟ ତରଙ୍ଗ (seismic wave) ସୃଷ୍ଟି ହୁଏ । ଭୂଗର୍ଭସ୍ଥ ଶିଳାସ୍ତରରେ ଥିବା ତୃଟି ସ୍ଥଳ ଭାଙ୍ଗିଯିବା ଯୋଗୁ ସାଧାରଣତଃ ଭୂମିକମ୍ପ ହୁଏ । ସେଠାରେ ଥିବା ଦୁଇଟି ଶିଳା ବା ପ୍ଲେଟ ପରଷ୍ପର ସହ ଘସି ହୋଇ ସାମାନ୍ୟ ଲାଖିଯାଆନ୍ତି । ସେଗୁଡ଼ିକ ପରଷ୍ପରକୁ ଠେଲୁଥାଆନ୍ତି । ବେଳେ ବେଳେ ଚାପ ଅତ୍ୟାଧିକ ହେଲେ ସେଗୁଡ଼ିକ ଭାଙ୍ଗିଯାଏ ଓ ଭୂମିକମ୍ପ ହୁଏ । ଏହି ସମୟରେ ମଧ୍ୟ ଶିଳା ସ୍ତର ଘୁଞ୍ଚୁଥାଏ । ଆଉଥରେ ଯେତେବେଳେ ଦୁଇ ସ୍ତର ଲାଖିଯାଆନ୍ତି ସେତେବେଳେ ଏହା ବନ୍ଦ ହୁଏ ।[1] ଏହି ଚାପଗ୍ରସ୍ତ ସ୍ଥାନର ଠିକ୍ ଉପରକୁ ଥିବା ଭୂପୃଷ୍ଠକୁ ଏପିସେଣ୍ଟର କୁହାଯାଏ । ଭୂମିକମ୍ପର ଆବୃତ୍ତି, ଆକାର ଓ ଟାଇପକୁ ସିସ୍ମିସିଟି, ସିସ୍ମିଜିମ୍ କିମ୍ବା ସିସ୍ମିକ କ୍ରିୟା କୁହାଯାଏ ।
ଭୂମିକମ୍ପକୁ ଆମେ ସିସ୍ମୋମିଟର (seismometers)ଦ୍ୱାରା ମାପିଥାଉ । ମୋମେଣ୍ଟ ମ୍ୟାଗ୍ନିଚ୍ୟୁଡ୍ ଅତି ସାଧାରଣ ସ୍କେଲ୍ ଯେଉଁଥିରେ ଭୂମିକମ୍ପ ମାନକ ୫ରୁ ଅଧିକ ହେଲେ ସାରା ପୃଥିବୀକୁ ରିପୋର୍ଟ କରାଯାଏ । ମାନକ ୫ରୁ କମ୍ ଥିଲେ ସ୍ଥାନୀୟ ସ୍କେଲ୍ରେ ମପାଯାଏ ଯାହାକୁ ରିଟର ମ୍ୟାଗ୍ନିଚ୍ୟୁଡ୍ ସ୍କେଲ କୁହାଯାଏ ।
ମାନକ ୩ରୁ କମ୍ ଥିଲେ ପ୍ରାୟ କମ୍ପନ ଜଣାଯାଏ ନାହିଁ । ମାନକ ୭ରୁ ଅଧିକ ହେଲେ ପ୍ରଳୟଙ୍କରୀ ଅବସ୍ଥା ସୃଷ୍ଟି ହୋଇ ସାଙ୍ଘାତିକ ବିନାଶ ହୁଏ । ଅଗଭୀର ସ୍ଥାନରେ ଭୂମିକମ୍ପ ହେଲେ ଅଧିକ ବିନାଶ ହୁଏ ।[2]