ରବୀନ୍ଦ୍ରନାଥ ଠାକୁର
କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିଦ୍, ଗାଳ୍ପିକ ଓ ଦାର୍ଶନିକ,ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ / From Wikipedia, the free encyclopedia
ରବୀନ୍ଦ୍ରନାଥ ଠାକୁର [lower-alpha 1] (/rəˈbindrəˈnɑːt ˈtɑːɡɔːr/ (listen); Bengali pronunciation: [robind̪ro nat̪ʰ ʈʰakur]), (୧୮୬୧-୧୯୪୧) [lower-alpha 2] ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । [1] ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।[2]ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । [3]ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କଠାରୁ ପ୍ରେରଣା ଲାଭ କରିଥିଲା । [4][5][6][7][8]
ରବୀନ୍ଦ୍ରନାଥ ଠାକୁର | |
---|---|
ଜନ୍ମ ଓ ଜନ୍ମସ୍ଥାନ | (1861-05-07)ମଇ ୭, ୧୮୬୧ କଲିକତା |
ମୃତ୍ୟୁ | ୭ ଅଗଷ୍ଟ ୧୯୪୧(1941-08-07) (ବୟସ ୮୦) କଲିକତା |
ବୃତ୍ତି | କବି,ଚିତ୍ରଶିଳ୍ପୀ |
ଭାଷା | ବଙ୍ଗଳା |
ସାହିତ୍ୟ କୃତି | ଗୀତାଞ୍ଜଳି,ଗୋରା,ଜନ ଗଣ ମନ |
ପୁରସ୍କାର | ସାହିତ୍ୟରେ ନୋବେଲ ପୁରସ୍କାର,୧୯୧୩ |
ଜୀବନସାଥୀ | ମୃଣାଳୀନୀ ଦେବୀ |
ଦସ୍ତଖତ |
ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କିତ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ ।[9] ଷୋହଳ ବର୍ଷ ବୟସରେ, ସେ ଭାନୁସିଂହ ନାମକ ଛଦ୍ମ ନାମ ଉପଯୋଗ କରି ନିଜର କବିତାକୁ ଉନ୍ମୋଚନ କରିଥିଲେ । ସେହି କବିତାଗୁଡିକୁ ସାହିତ୍ୟିକ ମହଲରୁ ଅନେକ ପ୍ରଶଂସା କରାଯାଇଥିଲା । [10][11] ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା ।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ । ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ । [12] ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁଥିଲେ । ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ , ୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା, ଇଚ୍ଛାପତ୍ର ସାମିଲ ଥିଲା, ତାଙ୍କଦ୍ୱାରା ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ ସ୍ଥାପିତ ହୋଇଥିଲା ।[13][14][15][16][17]