ସାଧାରଣତନ୍ତ୍ର ଦିବସ (ଭାରତ)
ଭାରତୀୟ ଉତ୍ସବ / From Wikipedia, the free encyclopedia
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । [1]
Quick Facts ସାଧାରଣତନ୍ତ୍ର ଦିବସ, ପାଳନକାରୀ ...
ସାଧାରଣତନ୍ତ୍ର ଦିବସ | |
---|---|
ପାଳନକାରୀ | ଭାରତ |
ପ୍ରକାର | ଜାତୀୟ |
ପାଳନ | ପ୍ୟାରେଡ଼, ପତାକା ଉତ୍ତୋଳନ |
ତାରିଖ | ୨୬ ଜାନୁଆରୀ |
Close
ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟମାନଙ୍କଠାରୁ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରନ୍ତି ।
ଭାରତୀୟ ସେନା (ନୋସେନା, ସ୍ଥଳସେନା, ବାୟୁସେନା) ଓ ଅଶ୍ୱାରୋହୀ, ପଦାତିକ ଆଦି ବାହିନୀ ସେମାନଙ୍କର ଶୋଭାଯାତ୍ରାରେ ବାହାରିଥାଆନ୍ତି । ଏଥି ସହିତ ଭାରତର ବିଭିନ୍ନ ସାଂସ୍କୃତିକ ଝଲକ ବିଭିନ୍ନ ରାଜ୍ୟରୁ ଆସିଥିବା ଦଳମାନେ ପ୍ରସ୍ତୁତ କରିଥାନ୍ତି ।
ଏହି ପର୍ବ ପ୍ରତ୍ୟେକ ରାଜ୍ୟରେ ମଧ୍ୟ ଆୟୋଜିତ ହୋଇଥାଏ ଓ ସେଠାକାର ରାଜ୍ୟପାଳ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରିଥାନ୍ତି ।