ବିଜ୍ଞାନଭିତ୍ତିକ ଶ୍ରେଣୀବିଭାଗ
From Wikipedia, the free encyclopedia
ଜୀବବୈଜ୍ଞାନ-ଭିତ୍ତିକ ଶ୍ରେଣୀବିଭାଗ ହେଉଛି ଜୀବମାନଙ୍କର ବିଭକ୍ତି କାରଣର ଏକ ଉପାୟ । ଲକ୍ଷଣର ସ୍ତର ଓ ପରସ୍ପର ସମ୍ବନ୍ଧିତ ଲକ୍ଷଣ ଗୁଡ଼ିକୁ ବ୍ୟବହାର କରି ଜୀବମାନଙ୍କର ଶ୍ରେଣୀବିଭାଗ କରି ଯାଇଥାଏ । ଏଠାରେ କୋଷର ପ୍ରକୃତିଠାରୁ ଆରମ୍ଭ କରି ବିଭିନ୍ନ ଜୀବ ମଧ୍ୟରେ ଅନେକ ସାମଞ୍ଜସ୍ୟପୂର୍ଣ୍ଣ ଲକ୍ଷଣ ଥିଲେ ମଧ୍ୟ ଜୀବମାନଙ୍କ ଶ୍ରେଣୀ ବିଭାଗ ସମୟରେ କେତେକ ଆନ୍ତଃସମ୍ବନ୍ଧିତ (interrelated) ଲକ୍ଷଣଦ୍ୱାରା ହିଁ ଜୀବଗୋଷ୍ଠୀରେ ଶ୍ରେଣୀ ବିଭାଗ କରାଯାଇଥାଏ । ଉଦାହରଣ : ୧. ସୁନ୍ୟଷ୍ଟୀୟ କୋଷରେ କୋଷାଙ୍ଗ ଓ ନ୍ୟଷ୍ଟି ଥାଏ । ଯାହାଦ୍ୱାରା ବହୁକୋଷୀ ଜୀବ ମାନଙ୍କର କୋଷୀୟ ପ୍ରକ୍ରିୟା ଅଲଗା ଅଲଗା ଭଲ ଭାବରେ କାର୍ଯ୍ୟ କରିପାରେ । ୨. ପ୍ରାକ୍ନ୍ୟଷ୍ଟୀୟ କୋଷରେ ଏକ ସଂଗଠିତ ନ୍ୟଷ୍ଟି ନଥାଏ ଏବଂ ସେହି କୋଷର ବିଭିନ୍ନ କ୍ରିୟାଗୁଡ଼ିକ ସୁନ୍ୟଷ୍ଟୀୟ କୋଷଗୁଡ଼ିକରେ ଅଲଗା ଭାବେ କାର୍ଯ୍ୟ କରିଥାଏ । ୩. ଏହି ନ୍ୟଷ୍ଟି ବିଶିଷ୍ଟ କୋଷ ପରବର୍ତ୍ତୀ ସମୟରେ ବହୁକୋଷରେ ବିଭକ୍ତ ହୋଇ ବିଶେଷ କାର୍ଯ୍ୟ କରିପାରନ୍ତି । ଏଣୁ ନ୍ୟଷ୍ଟିଯୁକ୍ତ କୋଷ ସୁସଙ୍ଗଠିତ ଜୀବଜଗତର ଶ୍ରେଣୀବିଭାଗରେ ଏକ ବିଶେଷ ଲକ୍ଷଣ ଭାବରେ କାର୍ଯ୍ୟ କରିଥାଏ ।