ଡାଇନୋସର
From Wikipedia, the free encyclopedia
ଡାଇନୋସର ଗୁଡ଼ିକ ହେଉଛନ୍ତି ଡାଇନୋସୋରିଆ Cladeର ଏକ ବିବିଧ ପ୍ରାଣୀ ପ୍ରଜାତି । ସେମାନେ ପ୍ରଥମେ ଟ୍ରାଇଆସିକ (Triassic) ଯୁଗରେ ଦେଖାଯାଉଥିଲେ , ପାଖାପାଖି ୨୩୦ ନିୟୁତ ବର୍ଷ ପୂର୍ବେ । ଜୁରାସିକ ଯୁଗର ଆରମ୍ଭରୁ (୨୦୦ ନିୟୁତ ବର୍ଷ ପୂର୍ବେ), କ୍ରେଟାସିଅସ ଯୁଗର ଶେଷ ପର୍ଯ୍ୟନ୍ତ (୬୫.୫ ନିୟୁତ ବର୍ଷ ପୂର୍ବେ) ସେମାନେ ସବୁଠାରୁ ପ୍ରଭାବଶାଳି ସ୍ଥଳଚର ଥିଲେ । Cretaceous-Paleogene extinction event ଯୋଗୁଁ ମେସୋଜୋଇକ ଯୁଗର ଶେଷ ବେଳକୁ ଅଧିକାଂଶ ଅଧିକାଂଶ ଡାଇନୋସର ପ୍ରଜାତି ବିଲୁପ୍ତ ହୋଇସାରିଥିଲେ । ଜୀବାଶ୍ମ ରେକଡ଼ ଅନୁଧ୍ୟାନରୁ ଜଣାଯାଏ ଯେ, ପକ୍ଷୀମାନଙ୍କର ଉଦ୍ଭବ ଜୁରାସିକ ଯୁଗରେ ଥେରୋପୋଡ଼ (theropod) ଡାଇନୋସରମାନଙ୍କଠାରୁ ହୋଇଥିଲା ଏବଂ ଆଧୁନିକ ଶ୍ରେଣୀବଭାଗ ବ୍ୟବସ୍ଥାରେ ସେମାନଙ୍କୁ ଡାଇନୋସରମାନଙ୍କ ଏକ ଉପ-ବିଭାଗର ମାନ୍ୟତା ଦିଆଯାଇଥାଏ ।[1][2] କିଛି ପକ୍ଷୀ ୬୫ ନିୟୁତ ବର୍ଷ ପୂର୍ବେ ହୋଇଥିବା ଏହି ବିଲୁପ୍ତ ପ୍ରକ୍ରିୟାରୁ ବର୍ତ୍ତି ଯାଇଥିଲେ ଓ ସେମାନଙ୍କ ବଂଶଧରମାନେ ଡାଇନୋସରଙ୍କ ପିଢୀକୁ ଆଜି ପର୍ଯ୍ୟନ୍ତ ନେଇ ଆସିଛନ୍ତି ।
Dinosaurs ଜୀବାଶ୍ମ କାଳ: Late Triassic—Present, 231.4–0 Ma PreЄ
Є
O
S
D
C
P
T
J
K
Pg
N
| |
---|---|
Mounted skeletons of various non-avian dinosaurs, each from a different group. Clockwise from top-left are skeletons of: a predatory theropod (Tyrannosaurus Rex), a large sauropod (Diplodocus), a duck-billed ornithopod (Parasaurolophus), a bird-like dromaeosaurid (Deinonychus), an early ceratopsian (Protoceratops), and a plated thyreophoran (Stegosaurus). | |
ବିଜ୍ଞାନଭିତ୍ତିକ ଶ୍ରେଣୀବିଭାଗ | |
ସାମ୍ରାଜ୍ୟ: | ପ୍ରାଣୀ ସାମ୍ରାଜ୍ୟ |
ଗୋଷ୍ଠୀ: | ବାଇଲାଟେରିଆ |
ପର୍ବ: | କୋର୍ଡାଟା |
ମହାଶ୍ରେଣୀ: | ଟେଟ୍ରାପୋଡା |
Clade: | Dracohors |
ଗୋଷ୍ଠୀ: | ଡାଇନୋସରିଆ Owen, 1842 |
Major groups | |
|
ଯଦିଓ ଡାଇନୋସର ଶବ୍ଦର ଅର୍ଥ "ଭୟଙ୍କର ଝିଟିପିଟି" (terrible lizard) , ପ୍ରକୃତରେ ଏହା ଏକ ଝିଟିପିଟି ପ୍ରଜାତିର ଜୀବ ନୁହେଁ । ଏମାନେ ସରୀସୃପମାନଙ୍କର ଅନ୍ୟ ଏକ ପ୍ରଜାତି ଅଟନ୍ତି ।