ପ୍ରଯୁକ୍ତି ବିଦ୍ୟା
From Wikipedia, the free encyclopedia
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ୱୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ"[1]ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞାନ ଆହରଣକୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।